ଉମରକୋଟ (କାର୍ତ୍ତିକ ମଲ୍ଲିକ): ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଏକ ପିକ୍ଅପ୍ ଭ୍ୟାନ୍ରେ ପ୍ରାୟ ୪୦ ଜଣ ଲୋକ ଯାଉଥିବା ବେଳେ ତାହା ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୨୦ ଜଣ ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା।
ଆଜି ଅପରାହ୍ଣ ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଥିଲା। ବଡ଼ଖାଡ଼କା ଗାଁରୁ ପ୍ରାୟ ୪୦ ଜଣ (ପୁରୁଷ, ମହିଳା, ଛୋଟଛୁଆ) ଦାଇବେଡ଼ା ଗାଁକୁ ଏକ ବାହାଘରରେ ସାମିଲ ହେବାକୁ ଯାଉଥିଲେ। ସେମାନଙ୍କୁ ନେଇ ଯାଉଥିବା ପିକ୍ଅପ୍ ଭ୍ୟାନ୍ଟି ହଠାତ୍ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏହା ପରେ ଗାଡ଼ିଟି ରାସ୍ତା ତଳକୁ ଖସି ଯାଇଥିଲା।
ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତମାନଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ଭଲ ଥିବା କୁହାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।