ମୋହନା(ମିହିର ଯତି): ବାଇକ୍ ଧକ୍କା ଦେବାରୁ ଘାଟିରେ ଓଲଟି ପଡ଼ିଲା ପିକ୍ନିକ୍ ବସ୍। ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ସଞ୍ଜ ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ଘଟିଛି।
ଆଜି ସକାଳେ ନୟାଗଡ଼ରୁ ୩୫ ଜଣ ଏକ ବସ୍ରେ ଗଜପତି ଜିଲ୍ଲା ଜିରଙ୍ଗ ଓ ଖସଡ଼ା ଜଳପ୍ରପାତକୁ ପିକନିକ କରିବା ପାଇଁ ଯାଇଥିଲେ। ସାନ୍ଧ୍ୟ ବେଳେ ସେମାନେ ପିକ୍ନିକ୍ ସାରି ଘରକୁ ଫେରୁଥିଲେ। ତେବେ ତପ୍ତପାଣି ଘାଟି ଉପରେ ବସ୍କୁ ଏକ ବାଇକ ଧକ୍କା ଦେଇଥିଲା। ଫଳରେ ବସଟି ରାସ୍ତାର ବାମ ପଟକୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ବସରେ ଥିବା ୩୫ ଜଣଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ ହୋଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡ଼ିକଲରେ ଭର୍ତ୍ତି କରିଛି। ୭ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।