ସୁନ୍ଦରଗଡ଼(ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା କନିକା ବସ୍ତିର ତେତେଲପଡ଼ା ଯଜ୍ଞମଣ୍ଡପ ନିକଟରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କନିକାର ସହଦେବ ସାହା। ଆଜି ସକାଳୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କ ମୃତଦେହକୁ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। କିଏ ଓ କାହିଁକି ସହଦେବଙ୍କୁ ହତ୍ୟା କରିଛି ତାହା ଜଣାପଡ଼ିନାହିଁ।
ହେମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ସହ ଘଟଣାର ତନାଘନା କରୁଛି ପୋଲିସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।