ସୋର (ନିରଞ୍ଜନ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା କୁଆମରା ଛକ ନିକଟରେ ଟ୍ରକ୍ ମାଡ଼ି ଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମାନସ ପ୍ରଧାନ (୨୫) ବୋଲି ଜଣାପଡ଼ିଛି। ତାଙ୍କ ଘର ପଶ୍ଚିମବଙ୍ଗରେ। ସେ ସୋରରେ ଏକ ମିକ୍ସଚର ଫ୍ୟାକ୍ଟ୍ରିରେ କାମ କରୁଥିଲେ।
ମାନସ ଆଜି ସନ୍ଧ୍ୟାରେ ବାଇକ୍ରେ ଦୁଇ ଜଣ ସାଙ୍ଗଙ୍କ ସହିତ ଏକ ବାହାଘର ଭୋଜି ଖାଇବାକୁ ଯାଉଥିଲେ। କୁଆମରା ଛକ ନିକଟରେ ଏକ ସ୍କୁଟି ସେମାନଙ୍କୁ ଧକ୍କା ଦେଇଥିଲା। ଏହା ପରେ ସେମାନେ ରାସ୍ତାରେ ଛିଟିକି ପଡ଼ିଥିଲେ। ଦୁଇ ଜଣ ରାସ୍ତାକଡ଼ରେ ପଡ଼ିଥିବା ବେଳେ ମାନସ ରାସ୍ତା ମଝିରେ ପଡ଼ିଥିଲେ। ଏହି ସମୟରେ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ମାନସଙ୍କୁ ପିଟି ଦେଇଥିଲା।
ସ୍ଥାନୀୟ ଲୋକେ ମାନସଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନା ଆଣିଥିଲେ। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’