ବିନିକା (ଓଡ଼ିଶା ରିପୋର୍ଟର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚିନାଜୁରୀ ଛକରେ ଟ୍ରକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଏଥିରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି।
ମୃତକଙ୍କ ନାଁ ପ୍ରଭାକର ସୁନା(୩୦)। ତାଙ୍କ ଘର ସମ୍ବଲପୁର ଜିଲ୍ଲା ଲଡ଼ୁଖାଇ ଗାଁରେ। ଆହତ ନାବାଳକ ହେଲେ ବରଗଡ଼ ଜିଲ୍ଲା ଅତାବିରା ଗାଁର ଧନଞ୍ଜୟ ଦୀପ୍ (୧୫)।
ଆଜି ସକାଳ ପ୍ରାୟ ୧୦ଟା ବେଳେ ୨୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିଲା। ପ୍ରଭାକର ଓ ଧନଞ୍ଜୟ ବଲାଙ୍ଗିର ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ଟି ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ପ୍ରଭାକରଙ୍କ ମୃତ୍ୟୁ ଘଟିଥିଲା।
ଗୁରୁତର ଆହତ ଧନଞ୍ଜୟଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା।
ଡୁଙ୍ଗୁରିପାଲି ପୁଲିସ୍ ଟ୍ରକ୍କୁ ଜବତ କରିବା ସହିତ ଡ୍ରାଇଭରକୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।