ଗଛରେ ପିଟି ହେଲେ ଅଟୋ: ଜଣେ ମୃତ, ଜଣେ ଗୁରୁତର

ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ଗଛରେ ପିଟି ହୋଇଗଲା ଅଟୋ। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନି। ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଅଟୋଟି ବଡ଼ମାଲ ଗୋଳାବାରୁଦ କାରଖାନା ନିକଟସ୍ଥ ଫପସି ଗାଁରୁ ଜଣେ ଯାତ୍ରୀଙ୍କୁ ନେଇ ଟିଟିଲାଗଡ଼ ଆସୁଥିବା ବେଳେ ଅପରାହ୍ନ ପ୍ରାୟ ୪ଟା ବେଳେ ଭାରସାମ୍ୟ ହରାଇ […]

accident

accident

Jitendra Garnayak
  • Published: Friday, 19 April 2019
  • Updated: 19 April 2019, 07:54 PM IST

Sports

Latest News

ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ଗଛରେ ପିଟି ହୋଇଗଲା ଅଟୋ। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।

ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନି। ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଅଟୋଟି ବଡ଼ମାଲ ଗୋଳାବାରୁଦ କାରଖାନା ନିକଟସ୍ଥ ଫପସି ଗାଁରୁ ଜଣେ ଯାତ୍ରୀଙ୍କୁ ନେଇ ଟିଟିଲାଗଡ଼ ଆସୁଥିବା ବେଳେ ଅପରାହ୍ନ ପ୍ରାୟ ୪ଟା ବେଳେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା।

ଟିଟିଲାଗଡ଼ ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos