ହାତୀ ଆକ୍ରମଣ: ଜଣେ ମୃତ, ଜଣେ ଗୁରୁତର

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅଞ୍ଚଳରେ ହାତୀ ଆତଙ୍କ। ଆଜି ସକାଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ  ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତେନ୍ତୁଳିସିଂହା ଗାଁର ପ୍ରସନ୍ନ ବେହେରା। ସେ ସକାଳୁ  ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା।

ସେହିପରି ଗୁରୁତର ଜଣକ ହେଲେ କଳିଙ୍ଗା ଗାଁର ସୁରେଶ ଚନ୍ଦ୍ର ପାଳ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଛି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି  ହାତୀ ପଲଙ୍କ ଉପରେ ନଜର ରଖିଛନ୍ତି।