ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ତିନିଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଆଦିତ୍ୟ ପାତ୍ର ବୋଲି କୁହାଯାଉଛି । ତାଙ୍କ ଘର ଛତିଶଗଡ଼ରେ। ଆହତ ୨ଜଣଙ୍କ ଘର କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଅଞ୍ଚଳରେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଆଦିତ୍ୟ ଧର୍ମଗଡ଼କୁ କିଛି କାମ ପାଇଁ ବାଇକ୍ ଆସିଥିଲେ। ସେ କାମ ସାରି ଛତିଶଗଡ଼କୁ ଫେରୁଥିବା ବେଳେ ତିନିଛକ ନିକଟରେ ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ୍ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଥିଲେ। ଆହତଙ୍କୁ ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବାଇକ୍ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।