ବ୍ରହ୍ମପୁର(ଜଗନ୍ନାଥ ସାହୁ): ସାଉଦି ଆରବରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ କେ.ରାମା ରାଓ। ତାଙ୍କ ଘର ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ କୋଠାରସିଂ ଗାଁରେ। ସେ ସାଉଦି ଆରବରେ ଏପିଟିସି ରେସିମିକ୍ସ କଂକ୍ରିଟ କମ୍ପାନୀରେ ଡ୍ରାଇଭର ଭାବେ କାମ କରୁଥିଲେ।
ସୂଚନାଯୋଗ୍ୟ, ପ୍ରାୟ ୨ ମାସ ହେବ ରାମା ରାଓ ଅସୁସ୍ଥ ଥିଲେ। ତେଣୁ ସେ ଭାରତ ଆସିବାକୁ ଚାହିଁଥିଲେ ମଧ୍ୟ କରୋନା ପାଇଁ ଆନ୍ତର୍ଜାତିକ ବିମାନ ସେବା ବନ୍ଦ ଥିବା ଯୋଗୁ ସେ ଆସିପାରି ନଥିଲେ। ହେଲେ ଗତକାଲି ତାଙ୍କର ହୃଦ୍ଘାତ ହେବାରୁ ଏକ ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। କେ.ରାମାଙ୍କ ମୃତଦେହ ତାଙ୍କ ଘରକୁ ଆଣିବା ପାଇଁ ପରିବାର ଲୋକେ ଗଞ୍ଜାମ ଜିଲ୍ଲା ପ୍ରଶାସନ, ରାଜ୍ୟ ସରାକର ଏବଂ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।