ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): କିଡ୍ନୀ ଦେବା ନାଁରେ ଆଉ ଏକ ଠକେଇ ଅଭିଯୋଗ ହୋଇଛି। ମଞ୍ଚେଶ୍ୱର ଥାନାରେ ୧୮ ଲକ୍ଷର ଠକେଇ ଅଭିଯୋଗ କଲେ ଜଣେ ବ୍ୟକ୍ତି। କିଡ୍ନୀ ରାକେଟ କିଙ୍ଗପିନ୍ ହିମାଂଶୁ ଭୂଷଣ ନନ୍ଦଙ୍କ ନାଁରେ ଅଭିଯୋଗ ହୋଇଛି।
କିଡ୍ନୀ ଠକେଇ ଅଭିଯୋଗରେ ହିମାଂଶୁ ଗିରଫ ହୋଇ ଜେଲରେ ଅଛନ୍ତି। ସୂଚନା ଅନୁଯାୟୀ ପୂର୍ବରୁ ହିମାଂଶୁ ବାଲେଶ୍ୱରର ଜଣଙ୍କଠାରୁ ୫ଲକ୍ଷ ୫୦ ହଜାର ଚୁନ ଲଗାଇଥିବା ବେଳେ ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳର ଅନ୍ୟ ଜଣେ ରୋଗୀଙ୍କଠୁ ଠକିଛି ୩ଲକ୍ଷ ୧୯ ହଜାର ।
ତେବେ ଏନେଇ କିଡନୀ ଆଶାୟୀ ଅଭିଯୋଗ କରିବା ପରେ ନୟାପଲ୍ଲୀ ପୁଲିସ ହିମାଂଶୁକୁ ଗିରଫ କରିବା ସହ ଘଟଣାର ଖୋଳତାଡ କରୁଛି। ନକଲି କାଗଜପତ୍ର ଜରିଆରେ ଲୋକଙ୍କୁ ଠକିବାର ଜାଲ ବିଛାଇଥିଲା ହିମାଂଶୁ । କିଡନୀ ଯୋଗାଇ ଦେବାକୁ ସେ ବାଲେଶ୍ୱର ରୁପସା ଅଞ୍ଚଳର ପ୍ରତାପ ମିଶ୍ରଙ୍କଠୁ ୫ ଲକ୍ଷ ୫୦ ହଜାର ଟଙ୍କା ନେଇଥିବା ବେଳେ ଭୁବନେଶ୍ୱର ଲକ୍ଷ୍ମୀସାଗରର ତରୁଲତା ମିଶ୍ରଙ୍କୁ ଠକିଛି ୩ଲକ୍ଷ ୧୯ହଜାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।