ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆକ୍ରାନ୍ତଜଣକ ରାଉରକେଲାର ବୋଲି ଜଣାଯାଇଛି । ତାଙ୍କୁ ମିଶାଇ ରାଜ୍ୟରେ ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ଆଜି ସୁଦ୍ଧା ରାଜ୍ୟରେ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟମାନେ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ରାଜ୍ୟରେ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ରାଜ୍ୟରେ ଏକାଥରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଖବର ଆଜି ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ୨୫ ଜଣ ସୁରତ ଫେରନ୍ତା ବୋଲି ଜଣାପଡ଼ିଥିଲା ବେଳେ ଜଣେ କେରଳରୁ ଆସିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।