ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ତେବେ ଆଜି କରୋନାରେ ମୃତ୍ୟୁ ଘଟିଥିବା ଆକ୍ରାନ୍ତଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ତାଙ୍କ ବୟସ ୮୫ ବର୍ଷ ହୋଇଥିବା ବେଳେ ସେ ସୁରତ ଫେରନ୍ତା ବୋଲି ଜଣାଯାଇଛି। ତାଙ୍କର ଉଚ୍ଚ ରକ୍ତଚାପ ସହ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରେ ପୂର୍ବରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ୩ ଛୁଇଁଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ୩ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରେ ଜଣେ ଆଖି ବୁଜିଛନ୍ତି।
ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ୭୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।