ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ, ୭ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଜି କରୋନାରେ ମୃତ୍ୟୁ ଘଟିଥିବା ଆକ୍ରାନ୍ତଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ତାଙ୍କ ବୟସ ୮୫ ବର୍ଷ ହୋଇଥିବା ବେଳେ ସେ ସୁରତ ଫେରନ୍ତା ବୋଲି ଜଣାଯାଇଛି। ତାଙ୍କର ଉଚ୍ଚ ରକ୍ତଚାପ ସହ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଥିବା ନେଇ ରାଜ୍ୟ […]

corona

Tapaswini Nayak
  • Published: Thursday, 21 May 2020
  • , Updated: 21 May 2020, 11:04 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ତେବେ ଆଜି କରୋନାରେ ମୃତ୍ୟୁ ଘଟିଥିବା ଆକ୍ରାନ୍ତଜଣକ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ତାଙ୍କ ବୟସ ୮୫ ବର୍ଷ ହୋଇଥିବା ବେଳେ ସେ ସୁରତ ଫେରନ୍ତା ବୋଲି ଜଣାଯାଇଛି। ତାଙ୍କର ଉଚ୍ଚ ରକ୍ତଚାପ ସହ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ଗଞ୍ଜାମରେ ପୂର୍ବରୁ ୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ୩ ଛୁଇଁଛି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ୩  ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରେ ଜଣେ ଆଖି ବୁଜିଛନ୍ତି।

ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ୭୫୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକତ୍ସାଧୀନ ଅଛନ୍ତି।

Related story