ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ହେଲେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ସେ ନିଜେ ଟ୍ୱିଟ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।
After getting mild symptoms, went for testing and found positive for covid19. Those who have come in contact with me recently, please isolate themselves. Let's defeat covid adopting all precautions & instructions issued by the govt.
#— Bikrampanda (@Bikramp47534780) September 1, 2020
ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ ସଙ୍ଗରୋଧରେ ରହିବା ସହ ନିଜର କୋଭିଡ୍ ଟେଷ୍ଟ ମଧ୍ୟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ ମଧ୍ୟ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ କରି ସୂଚନା ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଏହି ୩ ବିଧାୟକଙ୍କ ସହ ଫୋନ ଯୋଗେ କଥା କହି ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିବା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ଓ ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା କୋଭିଡ ସଂକ୍ରମିତ ହୋଇଥିବା ଜାଣି ଫୋନ ଯୋଗେ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ସମସ୍ତଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) September 2, 2020
ସୂଚନାଯୋଗ୍ୟ, ଏହାପୂର୍ବରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବଡ଼ମ୍ବା ବିଧାୟକ ଦେବୀ ମିଶ୍ର, କୋରାପୁଟ ଜିଲ୍ଲାର ଟାଣୁଆ ବିଜେପି ନେତା ଜୟରାମ ପାଙ୍ଗୀ , ନିଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ଭଦ୍ରକ ଏମ୍ପି ମଞ୍ଜୁଲତା ମଣ୍ଡଳ ପ୍ରମୁଖ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।