ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କରୋନା ହୋଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି। ଏନେଇ ଟ୍ୱିଟ୍‌ କରି ସେ ସୂଚନା ଦେଇଛନ୍ତି। ଗତକାଲି କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା ଓ ପାଟଣାଗଡ଼ ବିଧାୟକ ସରୋଜ ମେହେର କରୋନାରେ ଆକ୍ରାନ୍ତ ହୋଇଥିଲେ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୭ ଜଣ ବିଧାୟକ ଓ ମନ୍ତ୍ରୀ କରୋନା ଜାଲରେ ପଡ଼ିଛନ୍ତି।

ସୂଚନାଯୋଗ୍ୟ, ଏବେସୁଦ୍ଧା ରାଜ୍ୟର ୬ଜଣ ମନ୍ତ୍ରୀ ଯଥା ସୁଶାନ୍ତ ସିଂ, ଅରୁଣ ସାହୁ, ପଦ୍ମିନୀ ଦିଆନ୍ , ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଟୁକୁନି ସାହୁ ଓ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନା ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେବଳ ଶ୍ରୀ ସିଂ ଓ ଶ୍ରୀ ସାହୁ ଏବେ କରୋନାମୁକ୍ତ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ ଶ୍ରୀମତୀ ଦିଆନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବିଧାୟକଙ୍କ ମଧ୍ୟରେ ବିଜେପି ବିଧାୟକ ସୁକାନ୍ତ ନାୟକ, ବିଜେଡି ବିଧାୟକ ପ୍ରଶାନ୍ତ ବେହେରା ଓ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରୁ ସୁସ୍ଥ ହୋଇଥିବା ବେଳେ ବିଧାୟକ ପ୍ରଭୁ ଜାନି, ଭାଗିରଥୀ ସେଠୀ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ପ୍ରଶାନ୍ତ ମୁଦୁଲି, ବ୍ୟୋମକେଶ ରାୟ, ସୁଧାଂଶୁ ଶେଖର ପରିଡ଼ା, ଶ୍ରୀକାନ୍ତ ସାହୁ, ସୁନନ୍ଦା ଦାସ, ସଞ୍ଜିବ ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ଅନନ୍ତ ନାରାୟଣ ଜେନା, ପୀତମ ପାଢ଼ୀ, ସଦାଶିବ ପ୍ରଧାନୀ ଓ ବିକ୍ରମ ପଣ୍ଡା ଏବେ ଗୃହ ସଙ୍ଗେରୋଧରେ ଚିକିତ୍ସାଧୀନ ଅଛନ୍ତି।

ଏମାନଙ୍କ ବ୍ୟତୀତ ବିଜେଡିର ଦୁଇ ସାଂସଦ ରମେଶ ମାଝୀ ଓ ମଞ୍ଜୁଲତା ମଣ୍ଡଳ ଏବଂ ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଗୁଳି କରି ଜଙ୍ଗଲରେ ପୋତି ଦେଇଥିଲେ, ଦେଢ଼ ମାସ ପରେ ବାହାରିଲା ମୃତଦେହ

ଖୁସି ବ୍ୟକ୍ତ କଲେ ପୁଲିସ ଡିଜି; କହିଲେ-ଆଗଉଛି ସ୍ୱାଭିମାନ ଅଞ୍ଚଳ

ସୁସ୍ଥ ହେଲେ ୩୩୭୮ କରୋନା ଆକ୍ରାନ୍ତ, ଆଗରେ କଟକ

କୃଷି ବିଲ୍‌କୁ ପାସ୍‌ କରିବା ବେଳେ ରାଜ୍ୟସଭାର ନିୟମ ଭାଙ୍ଗିଥିଲେ କି ଉପାଧ୍ୟକ୍ଷ?

‘ରାଜଧାନୀର ଧାରଣା ସ୍ଥଳରେ କଡ଼ାକଡ଼ି ହେବ କୋଭିଡ୍‌ ନିୟମ’

ଲଦାଖରେ ମୁତୟନ ହେଲା ଟ୍ୟାଙ୍କ, ବିଯୁକ୍ତ ୪୦ ଡିଗ୍ରୀରେ ବି ଦେଖାଇବ ପରାକ୍ରମ

ସଞ୍ଜୟ-ଫଡନାଭିସ ବୈଠକ ପଛର ଉଦ୍ଦେଶ୍ୟ ‘ସାମ୍ନା’କୁ ସାକ୍ଷାତକାର ନୁହେଁ!

ବଢ଼ୁଛି କରୋନା ସଂକ୍ରମଣ, ବିଡି ଓ ସିଗାରେଟ୍ ଉପରେ ରୋକ୍ ଲଗାଇଲେ ସରକାର

ରାଜନୀତିକ ପରିସ୍ଥିତି ପାଇଁ ଏନଡିଏ ଛାଡ଼ିଛି ଶିରୋମଣି ଅକାଳି ଦଳ: ଅମରିନ୍ଦର

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଗୋଟିଏ ପରିବାରର ୬ ଗୁରୁତର

ମୋଦି ସରକାରଙ୍କୁ ଜବରଦସ୍ତ ଝଟକା: କୃଷି ବିଲକୁ ବିରୋଧ କରି ଏନଡିଏ ଛାଡ଼ିଲା ଅକାଳି ଦଳ

ଅକ୍ଟୋବର ୧ରୁ ଖୋଲିବ ଯାତ୍ରା ପେଣ୍ଡାଲ ଓ ସିନେମା ହଲ୍‌