ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣକ ରାଜଧାନୀ ଭୁବନେଶ୍ୱରର ବୋଲି ସୂଚନା ମିଳିଛି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଲା।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆକ୍ରାନ୍ତଜଣଙ୍କ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ବୋଲି ଜଣାଯାଇଛି। ତାଙ୍କ ବୟସ ୭୭ ବର୍ଷ । ୧୧୯ ନଂ ଆକ୍ରାନ୍ତ ୪୧ ନମ୍ବର ଆକ୍ରାନ୍ତଙ୍କ ନିକଟ ସଂପର୍କୀୟ ବୋଲି ରାଜ୍ୟ ସରକାରଙ୍କ ତରଫରୁ ସୂଚନା ମିଳିଛି।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪୨୧ଟି ସାମ୍ପଲ୍ ଟେଷ୍ଟ ହୋଇଛି। ଏଯାବତ୍ ମୋଟ୍ ୨୯ ହଜାର ୧୦୮ଟି ନମୁନା ପରୀକ୍ଷା ହେଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୮୦ ଜଣ ଚିକିତ୍ସାଧୀନ ଅଛନ୍ତି। ୩୮ଜଣ ସୁସ୍ଥ ହୋଇଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।