ଅନୁଗୋଳ(ବିରଜା ପ୍ରସାଦ ଦାଶ): ଶବରୁ ଗାଏବ ହୋଇଗଲା ଆଖି। ଏପରି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଡାକ୍ତରଖାନାରେ। ଗତକାଲି ରାତିରେ ବଅଁରପାଳ ବ୍ଲକ୍ ନୂଆହତା ଗାଁର ୪ ବର୍ଷର ଝିଅ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ବ୍ୟବଚ୍ଛେଦ ପାଇଁ ଶବକୁ ଡାକ୍ତରଖାନାର ମର୍ଗ ରୁମ୍ରେ ରଖାଯାଇଥିଲା। ଆଜି ସକାଳେ ମୃତଦେହରେ ଆଖି ନଥିବା ଦେଖିବାକୁ ମିଳିଥିଲା। ଏହାସହ ମୃତଦେହର ନାକରେ ବି କ୍ଷତ ଚିହ୍ନ ରହିଛି। ଏହାକୁ ନେଇ ପରିବାର ଲୋକଙ୍କ ମନରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ଘଟଣା ନେଇ ପରିବାର ଲୋକେ ବଅଁରପାଳ ଥାନାରେ ଏକ ମାମଲା ରୁଜୁ ହୋଇଛି। ଆଖି ଗାଏବ ସମ୍ପର୍କରେ ପୁଲିସ୍ ଖୋଳତାଡ଼ କରୁଛି। ଏନେଇ ଅଧିକ ସୂଚନା ଡାକ୍ତରଖାନା କର୍ତ୍ତୃପକ୍ଷ ଦେଇପାରିବେ ବୋଲି ବଅଁରପାଳ ଥାନା ଏସ୍ଆଇ କହିଛନ୍ତି।
ଏହି ଘଟଣା ସମ୍ପର୍କରେ ଅନୁଗୋଳ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।