ଯାଜପୁର (ଗୁଲାମ୍ ଗସ୍): ଯାଜପୁର ଜିଲ୍ଲାର ଚଣ୍ଡିଖୋଲ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏହି ଅଂଚଳ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବୁଡିଯାଇ ଜଣେ ବାଳକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ନିଖୋଜ ଅଛି। ମୃତ ବାଳର ନାଁ ହେଲା ରାହୁଲ ବାରିକ। ସେହିପରି ନିଖୋଜ ଥିବା ବାଳକର ନା ହେଲା କାର୍ତ୍ତିକ ବାରିକ।
ଏହି ଅଘଟଣଟି ଘଟିଛି ଆଜି ସକାଳେ ବ୍ରହ୍ମଣୀ ନଦୀର ତିନିମୁହାଣୀ ଘାଟରେ। ପିଲା ଦୁଇଜଣ ଗାଧୋଉଥିବା ଳେଳେ ଅଘଟଣର ଶିକାର ହୋଇଥିଲେ। ଉଭୟ ମୃତ ବାଳକ ରାହୁଲ ଏବଂ ନିଖୋଜ ଥିବା ବାଳକ କାର୍ତ୍ତିକର ଘର ନିକଟସ୍ଥ ସାହୁପଡ଼ା ଗାଁରେ। ଉଭୟ ନବମ ଶ୍ରେଣୀରେ ପାଠ ପଢ଼ନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ୫ ଜଣ ସାଙ୍ଗ ବ୍ରହ୍ମଣୀ ନଦୀର ତିନିମୁହାଣୀ ଘାଟକୁ ଗାଧୋଇବାକୁ ଯାଇଥିବା ବେଳେ, ହଠାତ୍ ପାଣିରେ ଭାସିଯାଇ ସେମାନଙ୍କ ଭିତରୁ ଦୁଇଜଣ ନିଖୋଜ ହୋଇ ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସେଠାରେ ପହଞ୍ଚି ରାହୁଲକୁ ଉଦ୍ଧାର କରିଥିଲେ। କିନ୍ତୁ ନିଖୋଜ କାର୍ତ୍ତିକକୁ ଏବେସୁଦ୍ଧା ଠାବ କରାଯାଇ ପାରିନି।
ନିଖୋଜକୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଉଦ୍ୟମ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।