ଯାଜପୁର (ଗୁଲାମ୍ ଗସ୍): ଯାଜପୁର ଜିଲ୍ଲା ବଡ଼ଚଣା ଥାନା ବାଇଶିମୌଜା ସେତୁ ନିକଟରେ ବଡ଼ଗେଙ୍ଗୁଟି ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତେବେ ଅନ୍ୟ ଜଣେ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି।
ମୃତକ ହେଲେ ଚିନ୍ମୟ ସାହୁ। ଉଦ୍ଧାର ହୋଇଥିବା ଛାତ୍ରଙ୍କ ନାଁ ଶାନ୍ତନୁ କୁମାର ବଳ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଘର ଅରଖପୁର ପଞ୍ଚାୟତର ରାଧାଦେଇପୁର ଗାଁରେ।
ଆଜି ଚିନ୍ମୟ ଓ ଶାନ୍ତନୁ ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ଅସବଧାନତା ବଶତଃ ଦୁହେଁ ପାଣିରେ ବୁଡ଼ି ଯାଇଥିଲେ। ଏହାଦେଖି ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ସେମାନେ ଶାନ୍ତନୁକୁ ଉଦ୍ଧାର କରିଥିବା ବେଳେ ଚିନ୍ମୟ ନିଖୋଜ ହୋଇଯାଇଥିଲେ। ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଆସି ନଦୀରେ ଖୋଜା ଖୋଜି କରିବା ପରେ ଚିନ୍ମୟଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବଡ଼ଚଣା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।