ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ବିମାନ ବନ୍ଦର ରନ୍ୱେ ନିକଟରୁ ଜଣେ ସନ୍ଦିଗ୍ଧ ଯୁବକକୁ ପୋଲିସ ଠାବ କରିଛି। ଯୁବକ ଜଣକ ହେଲେ ଖଣ୍ଡଗିରି ଡୁମୁଡୁମା ଅଞ୍ଚଳର କ୍ରିଷ୍ଣା ରାଉତ। କ୍ରିଷ୍ଣା ଏୟାରପୋର୍ଟର ପାଚେରୀ ଡେଇଁ ପଶିଯାଇଥିବା ଜଣାପଡ଼ିଛି। ଏୟାରପୋର୍ଟର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା ସୁରକ୍ଷା ଦାୟିତ୍ୱରେ ଥିବା CISFକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। କେଉଁ ପରିସ୍ଥିତିରେ ଏତେ ବଡ଼ ସୁରକ୍ଷା ବଳୟ ଭେଦ କରି ଏହି ଯୁବକ ଜଣକ ଭିତରକୁ ଗଲେ, ସେ ସମ୍ପର୍କରେ କାରଣ ଦର୍ଶାଅ ନୋଟିସ୍ରେ ଜଣାଇବାକୁ ଉଲ୍ଲେଖ କରିଛନ୍ତି। ପଶିଯାଇଥିବା ଏହି ଯୁବକକୁ ଧରି ସିଆଇଏସ୍ଏଫ୍ ଏୟାରଫିଲ୍ଡ ଥାନାକୁ ହସ୍ତାନ୍ତର କରିଛି। ତାଙ୍କ ଘର ଖଣ୍ଡଗିରି ଥାନାର ଡୁମୁଡୁମା ଅଞ୍ଚଳର ଓ ସେ ମାନସିକ ବିକୃତି ଥିବା ତାଙ୍କ ବାପା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇ ସନ୍ତାନ ପାଇଁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।