ଅନୁଗୋଳ (ଓଡ଼ିଶା ରିପୋର୍ଟର): ପୂର୍ବ ଶତ୍ରୁତାରୁ ଗାଁ ଦାଣ୍ଡରେ ଫୁଟିଲା ଗୁଳି। ଆଉ ଏହି ଗୁଳିମାଡ଼ର ଶିକାର ହୋଇ ଜଣେ ଯୁବକ ଗୁରୁତର ହୋଇ ପଡ଼ିଥିବା ଜଣାପଡ଼ିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ବନ୍ତଳା ଥାନା ଅନ୍ତର୍ଗତ ବଡ଼କନ୍ତକୁଳ ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା । ଗତକାଲି ରାତି ପ୍ରାୟ ୧୧ ଟା ବେଳକୁ ହଠାତ୍ କୌଣସି କାରଣବଶତଃ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ଏହି ଯୁକ୍ତି ଏତେ ଆଗକୁ ବଢ଼ିଥିଲା ଯେ, ଶିଶିର ଏକ ବନ୍ଧୁକ ଆଣି ଅଖିଳଙ୍କ ଉପରକୁ ଗୁଳି ଚଳାଇଥିଲେ।
ଗୁଳିଟି ଅଖିଳଙ୍କ ବାମ ହାତ କହୁଣୀରେ ଲାଗିଛି। ଅତ୍ୟଧିକ ରକ୍ତସ୍ରାବ ହେତୁ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ପ୍ରଥମେ ତାଙ୍କୁ ବନ୍ତଳା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।