ଆଜିଠୁ ଅନ୍‌ଲାଇନ୍‌ରେ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅନ୍‌ଲାଇନ୍‌ ଖାତା ଦେଖା । ରାଜ୍ୟର ୩୬ଟି ମୂଲ୍ୟାୟନ କେନ୍ଦ୍ରରେ ଏନେଇ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତି ହୋଇଛି । ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟାରେ ପ୍ରଥମ ସିଫ୍ଟ ଓ ଦିନ ଦେଢଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ଏବେ କେବଳ ଅନ୍‌ଲାଇନ୍‌ ଖାତା ଦେଖା ହେବ […]

copy-2

copy-2

Niharika Rout
  • Published: Monday, 01 June 2020
  • Updated: 01 June 2020, 07:42 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅନ୍‌ଲାଇନ୍‌ ଖାତା ଦେଖା । ରାଜ୍ୟର ୩୬ଟି ମୂଲ୍ୟାୟନ କେନ୍ଦ୍ରରେ ଏନେଇ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତି ହୋଇଛି । ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ।

ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟାରେ ପ୍ରଥମ ସିଫ୍ଟ ଓ ଦିନ ଦେଢଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ଏବେ କେବଳ ଅନ୍‌ଲାଇନ୍‌ ଖାତା ଦେଖା ହେବ ।

ପରବର୍ତ୍ତୀ ପର୍ଯ୍ୟାୟରେ ଅଫଲାଇନ୍ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।  ସେପଟେ କରୋନା ମହାମାରୀ ନେଇ ଖାତା ଦେଖା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି । ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନେଇ ବିଶେଷ ଧ୍ୟାନ ଦିଆଯିବ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos