ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଥିବା ଘରୋଇ କ୍ଲିନିକ୍ ଲାଗି ଅନଲାଇନ୍ ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଣିକି ପ୍ରାଇଭେଟ୍ କ୍ଲିନିକଗୁଡିକ ଅନଲାଇନ୍ ରେଜିଷ୍ଟ୍ରେସନ କରିପାରିବେ । ଏହାଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍ କ୍ଳିନିକ୍ ଉପକୃତ ହେବେ।
ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ୧୯୯୦ ମସିହାରେ ଆରମ୍ଭ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୮୦୦ଟି ପ୍ରାଇଭେଟ୍ କ୍ଲିନିକ୍ ପଞ୍ଜିକୃତ ହୋଇଛି। ଅନଲାଇନ୍ ବ୍ୟବସ୍ଥା ଦ୍ୱାରା ପ୍ରାଇଭେଟ୍ କ୍ଲିନିକଗୁଡିକ ପଞ୍ଜୀକରଣ ସହ ଏବଂ ଫାୟାର ସେଫ୍ଟି ସାର୍ଟିଫିକେଟ୍ ପାଇବାରେ ସୁବିଧା ହେବ ।
୩୦ ଶଯ୍ୟାରୁ କମ୍, ଆଇସିୟୁ ନଥିବା, ୩ ମହଲାରୁ କମ୍ ଏବଂ ୧୨ ମିଟର ଉଚ୍ଚତା ମଧ୍ୟରେ ଥିବା ଘରୋଇ କ୍ଲିନିକ୍ ସତ୍ୟପାଠ ଦେଇ ପଞ୍ଜୀକରଣ କରିପାରିବେ । ୯୦ ଦିନ ଭିତରେ ପଞ୍ଜୀକରଣ କାର୍ଯ୍ୟ ଶେଷ ହେବ କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।