ବିଧାନସଭାରେ ସରକାରଙ୍କୁ ଘେରିବା ପାଇଁ ଏମିତି ରଣନୀତି କରିଛନ୍ତି ବିରୋଧୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବାବେଳେ ଦୁଇ ପ୍ରମୁଖ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ଆଜି ନିଜ ନିଜର ରଣନୀତି ଚୂଡ଼ାନ୍ତ କରିଛନ୍ତି। ଗୃହରେ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଉଭୟ ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ଉଭୟ ବିରୋଧୀ ଦଳ ରାଜ୍ୟରେ ଚାଷୀଙ୍କଠୁ ଧାନକିଣାରେ ଅବ୍ୟବସ୍ଥା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ପିସି କାରବାର, ବେକାରୀ ସମସ୍ୟା, ମହିଳା ସୁରକ୍ଷା, ଦାଦନ ପ୍ରସଙ୍ଗ ଆଦି ସହ […]

ern

ern

Hemant Lenka
  • Published: Thursday, 13 February 2020
  • Updated: 13 February 2020, 09:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବାବେଳେ ଦୁଇ ପ୍ରମୁଖ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ଆଜି ନିଜ ନିଜର ରଣନୀତି ଚୂଡ଼ାନ୍ତ କରିଛନ୍ତି। ଗୃହରେ ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ଉଭୟ ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି।

ଉଭୟ ବିରୋଧୀ ଦଳ ରାଜ୍ୟରେ ଚାଷୀଙ୍କଠୁ ଧାନକିଣାରେ ଅବ୍ୟବସ୍ଥା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ପିସି କାରବାର, ବେକାରୀ ସମସ୍ୟା, ମହିଳା ସୁରକ୍ଷା, ଦାଦନ ପ୍ରସଙ୍ଗ ଆଦି ସହ ଅନ୍ୟାନ୍ୟ ପ୍ରସଙ୍ଗକୁ ଗୃହରେ ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି।

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଦଳର ବିଧାୟକମାନଙ୍କ ବୈଠକ ଅନୁଷ୍ଠିତ ହୋଇଛି। ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ଦେଇ କହିଛନ୍ତି ଯେ, ଚଳିତ ବିଧାନସଭା ଅଧିବେଶନରେ ବିଶେଷ କରି ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା, ଆବାସ ଯୋଜନାରେ ବ୍ୟାପକ ଅନିୟମିତତା, ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା, ରେଳ ବିସ୍ତାର ପାଇଁ ଜମି ଅଧିଗ୍ରହଣରେ ଅହେତୁକ ବିଳମ୍ବ , ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ମହିଳା ସୁରକ୍ଷା, ସୂଚନା ଅଧିକାର କର୍ମୀଙ୍କୁ ଯୋଜନାବଦ୍ଧ ହତ୍ୟା ଆଦି ଅନେକ ପ୍ରସଙ୍ଗରେ ଶାସକ ଦଳକୁ କାଠଗଡ଼ାରେ ଛିଡ଼ା କରାଯିବ।ୟ

ରାଜ୍ୟରେ ପଛୁଆ ବର୍ଗକୁ କାହିଁକି ରାଜ୍ୟ ସରକାର ସେମାନଙ୍କର ସାମ୍ବିଧାନିକ ଅଧିକାରରୁ ବଂଚିତ କରୁଛନ୍ତି ? ଅନ୍ୟ ରାଜ୍ୟରେ ପଛୁଆ ବର୍ଗକୁ ଶିକ୍ଷା ଓ ନିଯୁକ୍ତିରେ ମିଳୁଥିବା ସଂରକ୍ଷଣ ଓଡିଶା ସକରାର ଲାଗୁ କରୁନାହାନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର ଯୋଗାଇ ଦେବା ପାଇଁ ପର୍ଯ୍ୟାପ୍ତ ଅର୍ଥ ଦେଉଛନ୍ତି । ମାତ୍ର ଏହି ଯୋଜନାରେ ରାଜ୍ୟରେ ଅନିୟମିତା ହେଉଛି ।
ରାଜ୍ୟ ସରକାରଙ୍କ ଟୋକନ ଓ ଟାର୍ଗେଟ୍ ବ୍ୟବସ୍ଥା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡିରେ ହଜାର ହଜାର କ୍ୱିଂଟାଲ ଧାନ ପଡ଼ିରହୁଛି। ଚାଷୀ ଧାନ ଅମଳ କରି ବିକିବାକୁ ବସିଥିବା ବେଳେ କେଉଁଠି ମଣ୍ଡି ନାହିଁ, ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ଦେଖାଯାଇଛି।

ଶାସକ ଦଳ ଓ ଅସାଧୁ ବ୍ୟବସାୟୀଙ୍କ ମଧୁଚନ୍ଦ୍ରିକାର ଶିକାର ହୋଇ ଚାଷୀ ନିଜ ହକ୍ ପାଇବାରୁ ବଂଚିତ ହେଉଛି। ମଣ୍ଡିର ଅଭାବ ଯୋଗୁଁ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଏମଏସପିରୁ କମ୍ ଦରରେ ଚାଷୀ ନିଜର ଉତ୍ପାଦିତ ଅମଳ ବିକ୍ରି କରୁଛନ୍ତି। ଏହି ସମସ୍ତ ପ୍ରସଙ୍ଗକୁ ବିରୋଧୀ ଦଳ ପକ୍ଷରୁ ଗୃହରେ ଉପସ୍ଥାପନ କରାଯିବ ବୋଲି ସେ କହିଛନ୍ତି। ବୈଠକରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ସମସ୍ତ ବିଧାୟକ ଉପସ୍ଥିତ ଥିଲେ।

ସେହିପରି ସନ୍ଧ୍ୟାରେ ବିଧାନସଭା ପରିସରରେ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ଚାଷୀ ସମସ୍ୟା, ଧାନମଣ୍ଡିରେ ଅବ୍ୟବସ୍ଥା, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ପିସି କାରବାର, ଦାଦନ ଓ ବେକାରୀ ସମସ୍ୟାକୁ ମଧ୍ୟ ଗୃହରେ ଉଠାଇବାକୁ ଦଳ ନିଷ୍ପତ୍ତି ନେଇଛି। ବେିଠକରେ କଂଗ୍ରେସର ଅଧିକାଂଶ ବିଧାୟକ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story