ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କଲେ ବିରୋଧୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୃହରେ ପୁଣି ଉଠିଲା ହାଜତ ମୃତ୍ୟୁ ପ୍ରସଙ୍ଗ । ହାଜଜ ମୃତ୍ୟୁ ଓ ପିପିଲି ଥାନା ଭିତରେ ଥାର୍ଡ ଡିଗ୍ରୀ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ । ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି । ବିଧାନସଭାରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି । କେବଳ […]

Dibya Shankar Mishra

Jitendra Garnayak
  • Published: Tuesday, 24 November 2020
  • , Updated: 24 November 2020, 02:49 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୃହରେ ପୁଣି ଉଠିଲା ହାଜତ ମୃତ୍ୟୁ ପ୍ରସଙ୍ଗ । ହାଜଜ ମୃତ୍ୟୁ ଓ ପିପିଲି ଥାନା ଭିତରେ ଥାର୍ଡ ଡିଗ୍ରୀ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ । ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ।

ବିଧାନସଭାରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି । କେବଳ ସେତିକି ନୁହଁ ପୂର୍ବତନ ପୁରୀ ଏସପି ଅଖିଳେଶ୍ୱର ସିଂଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ସାଲୁଜା । ସେ କହିଛନ୍ତି, “ଅଖିଳେଶ୍ୱର ସମ୍ବଲପୁର ଏସପି ଥିବା ବେଳେ ବଟି ଆଦାୟ କରୁଥିଲେ । ଦୋଷୀ ପୁଲିସ ଅଧିକାରୀଙ୍କ ବିରୋଧରେ ଦଫା ୩୦୨ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।”  

ସେପଟେ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ଅଖିଳେଶ୍ୱର ସିଂଙ୍କୁ କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି, “ବର୍ତ୍ତମାନ ଓଡ଼ିଶା ଅଶାନ୍ତ ରହିଛି ।”

Related story