୫ ଦିନ ଯାଏ ବର୍ଷା ଆଶଙ୍କା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା ଜାରି ରହିବ। ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ଯାଏ […]

rain

rain

Hemant Lenka
  • Published: Saturday, 09 July 2022
  • Updated: 09 July 2022, 04:11 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ଜାରି ରହିବ ବର୍ଷା ଜାରି ରହିବ। ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ଯାଏ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତାକାଲି ସକାଳ ୮.୩୦ ଯାଏ କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଧସିପାରେ। ସେହିପରି ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇପାରେ। କଚ୍ଚା ରାସ୍ତା ବର୍ଷା ଯୋଗୁ ଧୋଇଯିବାର ଆଶଙ୍କା ଥିବାରୁ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର,ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ପାଇଁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଆସନ୍ତାକାଲି ସକାଳ ୮.୩୦ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପ୍ରବଳ ବର୍ଷାର ଅର୍ଥ ୭ରୁ ୧୧ ସେମି ଓ ଅତି ପ୍ରବଳ ବର୍ଷାର ଅର୍ଥ ୧୨ରୁ ୨୦ ସେମି ଯାଏ ବର୍ଷା ହେବ।

୧୦ ତାରିଖରୁ ୧୪ ତାରିଖ ସକାଳ ଯାଏ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲି ସକାଳ ୮.୩୦ରୁ ସୋମବାର ସକାଳ ୮.୩୦ ଯାଏ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

୧୧ ତାରିଖ ସକାଳ ୮.୩୦ରୁ ୧୨ ତାରିଖ ସକାଳ ୮.୩୦ ଯାଏ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁର, ମାଲକାନଗିରି, ନୂଆପଡ଼ା, ବରଗଡ଼ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୨ ତାରଖ ସକାଳ ୮.୩୦ରୁ ୧୩ ତାରିଖ ସକାଳ ୮.୩୦ ଯାଏ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରଆ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଅବଧି ମଧ୍ୟରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

୧୩ ତାରିଖ ସକାଳ ୮.୩୦ରୁ ୧୪ ତାରିଖ ସକାଳ ୮.୩୦ ଯାଏ କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସୋନପୁର ଓ ବୌଦ୍ଧରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହି ସମୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ପୁରୀ, ଗଜପତି, ଗଞ୍ଜାମ, ସମ୍ବଲପୁର, ଦେବଗଡ଼, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story