ଭୁବନେଶ୍ୱର (ଓଡିଶା ରିପୋର୍ଟର): ସମଗ୍ର ରାଜ୍ୟରେ ଲକ୍ଡାଉନ କଟକଣା ଲାଗୁ ହୋଇଥିବାରୁ ପିଲାଙ୍କ ପାଠପଢା ଏକ ପ୍ରକାର ଠପ୍ ହୋଇଯାଇଛି । ଏପରି ସମୟରେ ଘରେ ରହି ପିଲାମାନେ ଯେପରି ପାଠ ପଢିପାରିବେ ସେଥିପ୍ରତି ପଦକ୍ଷେପ ନିଆଯାଇଛି ।
ଏହି ପରିପ୍ରେକ୍ଷୀରେ ୫ ଦିନ ମଧ୍ୟରେ ପିଲାମାନଙ୍କ ପାଖରେ ସ୍କୁଲ ବହି ପହଞ୍ଚାଇବାକୁ କୁହାଯାଇଛି । ଏନେଇ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସମସ୍ତ ଡିଇଓ ଓ ଡିପିସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କ ପାଖରେ ବହି ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିନିମନ୍ତେ ଅଭିଭାବକଙ୍କୁ ସ୍କୁଲକୁ ଡାକି ବହି ଦିଆ ଯିବାକୁ କୁହାଯାଇଛି । ନଚେତ ଘରକୁ ଘର ଯାଇ ପିଲାଙ୍କ ନିକଟରେ ବହି ଦେବାକୁ ପରାମର୍ଶ ଦିଆଯାଇଛି ।
ବହି ବାଣ୍ଟିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ହଟ୍ସ୍ପଟ୍ ଓ କଣ୍ଟେନମେଣ୍ଟ ଜୋନରେ କିନ୍ତୁ ବହି ନ ବାଣ୍ଟିବାକୁ ପରାମର୍ଶ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।