କଟକ (ଓଡ଼ିଶା ରିପୋର୍ଟର): କୋଇଲା ଅଭାବରୁ ନାଲକୋରେ ଅଚଳବସ୍ଥା ପ୍ରସଙ୍ଗରେ ଆଜି ହାଇକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। ଅଚଳବସ୍ଥା ଦୂର କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ କୋଇଲା, ଖଣି ଓ ଶକ୍ତି ସଚିବଙ୍କ ସହ ରେଲୱେ, ନାଲକୋ ଏବଂ ଏମସିଏଲ୍ର ସିଏମ୍ଡିଙ୍କୁ ନେଇ ଆସନ୍ତାକାଲି ବୈଠକ କରିବାକୁ କୋର୍ଟ କହିଛନ୍ତି। ହେବାକୁ ଥିବା ବୈଠକରେ ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ଆଲୋଚନା କରାଯାଉ। ବୈଠକର ନିଷ୍କର୍ସ କୋର୍ଟଙ୍କୁ ଅବଗତ କରାଯିବ।
ଅନ୍ୟପକ୍ଷରେ କୋର୍ଟଙ୍କ ପୂର୍ବ ଅନ୍ତରୀଣ ଆଦେଶ ଅନୁସାରେ ନାଲକୋକୁ କିଛି ରେକ୍ ଯୋଗାଇ ଦିଆଯାଇଛି ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ରେଲୱେ ଦର୍ଶାଇଛି। ଗତ ୨୩ ତାରିଖରେ ଗୋଟିଏ, ୨୪ ତାରିଖରେ ୪ଟି ଓ ଆଜି ଅର୍ଥାତ ୨୫ ତାରିଖରେ ୩ଟି ରେକ୍ ଦିଆଯାଇଥିବା ରେଲୱେ କହିଛି। ଆସନ୍ତା ବୁଧବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।