କଟକ(ଓଡ଼ିଶା ରିପୋର୍ଟର): ମେ’ ୩ ପରେ ଯଦି ଲକ୍ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟର ଖରା ଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଆଡଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଲକ୍ ଡାଉନ୍ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି।
ସୂଚନାଥାଉ କି, ଲକ୍ଡାଉନ ସମୟରେ ଜରୁରୀ ମାମଲାର ଶୁଣାଣି ପାଇଁ ହାଇକୋର୍ଟ ଏକ ଘଣ୍ଟା ଖୋଲୁଥିଲା ଏବଂ ମାମଲାର ଶୁଣାଣି ଭିଡିଓ କନ୍ଫେରନ୍ସିଂ ଦ୍ୱାରା କରାଯାଉଥିଲା। ତଳ କୋର୍ଟ ପାଇଁ ମଧ୍ୟ ଏହି ନିୟମ ଲାଗୁ କରାଯାଇଥିଲା। ଯଦି ମେ’ ୩ ତାରିଖ ପରେ ଲକ୍ଡାଉନ ନ ଉଠେ ତେବେ ଏହି ପରି ଭିଡିଓ କନ୍ଫରେନ୍ସି ମାଧ୍ୟମରେ ଜରୁରୀ ମାମଲାର ଶୁଣାଣି କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।