ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାତିର ଅନ୍ଧକାରରେ ରାଜଧାନୀରେ ମାତିଲେ ଲୁଟେରା। ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର । ଏପରି ଘଟଣା ଶତାବ୍ବୀ ନଗରରେ ଘଟିଥିବା ବେଳେ ଜଣେ ଜୁଏଲରୀ ମାଲିକଙ୍କ ନିକଟରୁ ପ୍ରାୟ ୬ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଚୋରି ହୋଇଛି।
ସୂଚନା ଅନୁଯାୟୀ, ଲୁଟର ଶିକାର ହୋଇଥିବା ବ୍ୟକ୍ତିଙ୍କର ଶତାବ୍ବୀ ନଗରରେ ଏକ ଜୁଏଲରୀ ଦୋକାନ ରହିଛି । ସବୁ ଦିନ ପରି ଗତକାଲି ରାତିରେ ଦୋକାନ ବନ୍ଦ କରି ସେ ଘରକୁ ଫେରୁଥିବା ବେଳେ ବାଇକ୍ରେ କିଛି ଦୁବୃର୍ତ୍ତ ଆସି ତାଙ୍କୁ ଅଟକାଇ ବନ୍ଧୁକ ଦେଖାଇ ଧମକ ଦେଇଥିଲେ । ଏହାପରେ ତାଙ୍କଠୁ ୬ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଅଳଙ୍କାର ଲୁଟି ନେଇଛନ୍ତି ।
ଘଟଣା ପରେ ଖଣ୍ଡଗିରି ପୁଲିସ୍ ଖୋଲତାଡ଼ କରୁଛି । ମିଳିଥିବା ସୂଚନା ମୁତାବକ, ଏହି ବ୍ୟବସାୟୀଙ୍କ ସୁନା ଦୋକାନରୁ ପୂର୍ବରୁ ବି ଲୁଟ୍ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।