ଅନ୍ୟାଦେଶ ପର୍ଯ୍ୟନ୍ତ ଓଟିଇଟି ପରୀକ୍ଷାରେ ଅସଫଳ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ କ୍ଷେତ୍ରରେ ଅନ୍ୟାଦେଶ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୨ ମସିହାରେ ନିଯୁକ୍ତି ପାଇଥିବା ଏବଂ ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ ପକ୍ଷରୁ ଆଗତ ଏକାଧିକ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗତମାସରେ ସରକାର ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକୁ […]

otet

otet

Rakesh Mallick
  • Published: Friday, 06 May 2016
  • Updated: 06 May 2016, 02:07 PM IST

Sports

Latest News

otetକଟକ: ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ କ୍ଷେତ୍ରରେ ଅନ୍ୟାଦେଶ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୨ ମସିହାରେ ନିଯୁକ୍ତି ପାଇଥିବା ଏବଂ ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ ପକ୍ଷରୁ ଆଗତ ଏକାଧିକ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଓଟିଇଟି ପରୀକ୍ଷାରେ ଅସଫଳ ହୋଇଥିବା ଶିକ୍ଷକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗତମାସରେ ସରକାର ସମସ୍ତ ଜିଲ୍ଲା ଶିକ୍ଷାଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ୍ କରି ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା।

୨୦୧୨ ମସିହାରେ ଶିକ୍ଷା ସହାୟକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଓଟିଇଟି ପରୀକ୍ଷା ବାଧ୍ୟତାମୂଳକ ବୋଲି ସରକରଙ୍କ ପକ୍ଷରୁ କୁହାଯାଇଥିଲା। ଏହି ସମୟ ମଧ୍ୟରେ ଚୟନପକ୍ରିୟା ଶେଷ ହୋଇ ଚୂଡ଼ାନ୍ତ ମେରିଟ୍ ଲିଷ୍ଟ୍ ପ୍ରସ୍ତୁତ ହୋଇ ସାରିଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା। ମେରିଟ୍ ଲିଷ୍ଟ୍ ଅନୁଯାୟୀ ପ୍ରଥମେ ନିଯୁକ୍ତି ଦେଇ ପରେ ଓଟିଇଟି କରାଇବାକୁ ହାଇକୋର୍ଟ ସେତେବେଳେ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶ ଆଧାରରେ ରାଜ୍ୟରେ ପ୍ରାୟ ୧୭ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ଅଧିକାଶଂ ଶିକ୍ଷକ ଓଟିଇଟି ପରୀକ୍ଷାରେ ସଫଳ ହୋଇଥିଲେ ମଧ୍ୟ ପ୍ରାୟ ସାତହଜାର ଶିକ୍ଷକ ଅସଫଳ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos