ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଆରମ୍ଭ ହୋଇଥିବା ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟୀ ଟେଷ୍ଟ୍)ର ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି।
ପ୍ରଶ୍ନପତ୍ରର ଫଟୋ ସୋଶାଲ୍ ମିଡିଆରେ ଘୁରି ବୁଲୁଛି। ତେବେ ପରୀକ୍ଷାରେ ପଡ଼ିଥିବା ପ୍ରଶ୍ନ ସହିତ ଏସବୁ ପ୍ରଶ୍ନର ମେଳ ଖାଉଛି କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ବୋର୍ଡ କର୍ତ୍ତୃପକ୍ଷ ଏହାର ଯାଞ୍ଚ କରୁଛନ୍ତି।
ବୋର୍ଡ ସଭାପତି ଜାହାନ ଆରା ବେଗମ କହିଛନ୍ତି, ଘଟଣା ସଂପର୍କରେ ଆମେ ସୂଚନା ପାଇଛୁ। ଏନେଇ ଆମେ ଛାନ୍ଭିନ୍ କରୁଛୁ। ଛାନ୍ଭିନ୍ କରି ସାରିଲା ପରେ ଯାହା କିଛି ନିଷ୍ପତ୍ତି ନିଆଯିବ।
ଆଜି ଦୁଇଟି ସିଟିଂରେ ଓଟିଇଟି ପରୀକ୍ଷା ହେଉଛି। ପ୍ରଥମ ସିଟିଂ ସକାଳ ସାଢ଼େ ୧୦ଟାରୁ ଆରମ୍ଭ ହୋଇଛି ଓ ଏହା ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିବ।
ଦ୍ୱିତୀୟ ସିଟିଂ ପରୀକ୍ଷା ଅପରାହ୍ନ ୨ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ହେବ।
ଏଥର ଦୁଇଟି ସିଟିଂରେ ୧ ଲକ୍ଷ ୧୨ ହଜାର ପିଲା ଓଟିଇଟି ଦେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।