ଆଜି ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ

ରେଢ଼ାଖୋଲ (ଓଡ଼ିଶା ରିପୋର୍ଟର): ସମ୍ବଲପୁର-ଅନୁଗୋଳ ୫୫ ନମ୍ବର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ଦାବିରେ ଆଜି ୧୨ ଘଣ୍ଟିଆ ରେଢ଼ାଖୋଲ ବନ୍ଦ ଡାକରା ଦିଆଯାଇଛି।  ରେଢ଼ାଖୋଲ ନାଗରିକ  କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି।  ବନ୍ଦ ଯୋଗୁ ସହରର ସମସ୍ତ ଦୋକାନ ବଜାର ବନ୍ଦ ଥିବା ବେଳେ ଗାଡ଼ିମୋଟର ଚଳାଚଳ ମଧ୍ୟ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି।  ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି  ରାସ୍ତା ଅବରୋଧ କରିଛନ୍ତି।

redhakhol

୨୦୧୬ ମସିହାରୁ ଚାରି ଥାକିଆ ରାସ୍ତା କାମ ‌ଆରମ୍ଭ ହୋଇଥିବା ବେଳେ ନିର୍ମାଣ କାର୍ଯ୍ୟ ସରି ପାରୁନି। ପୁରୁଣା ରାସ୍ତା ମରାମତି ସହ ନୂଆ ରାସ୍ତାକାମ ତ୍ୱରାନ୍ୱିତ କରିବାକୁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ଏ ଦିଗରେ କୌଣସି ଅଗ୍ରଗତି ନ ହେବାରୁ ଏହାର ପ୍ରତିବାଦରେ ରେଢାଖୋଲ ବନ୍ଦ ଡାକରା ଦିଆଯାଇଛି। ବର୍ଷା ଋତୁ ଆସିବା ପରେ ରାସ୍ତା ପୂର୍ବାପେକ୍ଷା ଆହୁରି ଶୋଚନୀୟ ହୋଇପଡ଼ିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।