ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୧୨ରୁ ୧୬ ଯାଏଁ ବର୍ଷିବ
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ରୁ ୧୬ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ଆକଳନ କରିଛି। ତେବେ ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ। ଜୁନ୍ ୧ରୁ ଆଜି ଯାଏଁ ମୌସୁମୀ ଜନିତ ବର୍ଷା ୧୬ ପ୍ରତିଶତ କମ୍ ରହିଛି। ସେହିପରି ୯ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୨ରୁ ୧୬ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣି ପାଗ ବିଭାଗ ଆକଳନ କରିଛି। ତେବେ ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷାର ପରିମାଣ ଅଧିକ ରହିବ।
ଜୁନ୍ ୧ରୁ ଆଜି ଯାଏଁ ମୌସୁମୀ ଜନିତ ବର୍ଷା ୧୬ ପ୍ରତିଶତ କମ୍ ରହିଛି। ସେହିପରି ୯ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି।