Advertisment

କାଲି ଭୋଟ ଗ୍ରହଣ, ପଦ୍ମପୁରବାସୀ ବାଛିବେ ନେତା

ବରଗଡ଼(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ପ୍ରଚାର ସରିଥିବା ବେଳେ ଆସନ୍ତାକାଲି ହେବ ଭୋଟ ଗ୍ରହଣ। ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି। ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି। ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି। ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ […]

ଅଦ୍ୟତନ ହୋଇଛି
ରାତି ପାହିଲା, ପ୍ରଥମ ଦିନର ଗଣତି ଦ୍ୱିତୀୟ ଦିନରେ ପହଞ୍ଚିଲା

Vote

Advertisment

ବରଗଡ଼(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ପ୍ରଚାର ସରିଥିବା ବେଳେ ଆସନ୍ତାକାଲି ହେବ ଭୋଟ ଗ୍ରହଣ। ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି। ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି। ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି।

Advertisment

ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସମେତ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।  ୫୦ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ। ପଦ୍ମପୁରରେ ମୋଟ ୨ଲକ୍ଷ ୫୭ ହଜାର ୪୭୪ ଭୋଟର ରହିଥିବାବେଳେ ପୁରୁଷ ଭୋଟରଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୨୯ ହଜାର ୪୯୭। ସେହିପରି ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୬୫ ରହିଛି।

ପଦ୍ମପୁରରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବ ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ  କରିଛି।

Advertisment

ସୂଚନାଯୋଗ୍ୟ, ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁର ଆସନଟି ଖାଲି ପଡ଼ିଲା। ଆସନ୍ତାକାଲି ଭୋଟ୍ ହେବାକୁ ଥିବା ବେଳେ ଡିସେମ୍ବର ୮ ତାରିଖରେ ଆସିବ ଫଳାଫଳ।

PadampurBypoll
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe