Advertisment

ଆଜି ନେତା ବାଛିବେ ପଦ୍ମପୁରବାସୀ, ମତଦାନ ଆରମ୍ଭ

ବରଗଡ଼(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ଏହା ଅପରାହ୍ଣ ୪ଟା ଯାଏ ଚାଲିବ। ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା  । ଏହାପରେ ସକାଳ ୭ରୁ ଆରମ୍ଭ ହୋଇଥିଲା ଭୋଟଗ୍ରହଣ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ ବୁଥରେ ୨ ଲକ୍ଷ ୬୯ହଜାର […]

ଅଦ୍ୟତନ ହୋଇଛି
ଆଜି ନେତା ବାଛିବେ ପଦ୍ମପୁରବାସୀ, ମତଦାନ ଆରମ୍ଭ

PadampurBypoll

Advertisment

ବରଗଡ଼(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ଏହା ଅପରାହ୍ଣ ୪ଟା ଯାଏ ଚାଲିବ। ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା  । ଏହାପରେ ସକାଳ ୭ରୁ ଆରମ୍ଭ ହୋଇଥିଲା ଭୋଟଗ୍ରହଣ।

Advertisment

ପଦ୍ମପୁର ନିର୍ବାଚନ ମଣ୍ଡଳୀର ମୋଟ୍ ୩୧୯ ବୁଥରେ ୨ ଲକ୍ଷ ୬୯ହଜାର ୩୨୬ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଛନ୍ତି। ସେଥିମଧ୍ୟରୁ ୧ ଲକ୍ଷ ୩୦ ହଜାର ୩୩୧ ପୁରୁଷ ଓ ୧ ଲକ୍ଷ ୨୮ ହଜାର ୯୮୧ ମହିଳା ଭୋଟର ଅଛନ୍ତି। ଭୋଟ୍ ଗ୍ରହଣ ପାଇଁ ମୋଟ୍ ୧୨ ଶହ ୭୬ ଜଣ ପୋଲିଂ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି।  ମୋଟ୍ ୧୨୦ ବୁଥ ୱେବ୍ କାଷ୍ଟିଂ ବ୍ୟବସ୍ଥା ସାଙ୍ଗକୁ ୬୬ଟି ବୁଥ୍ ସିସିଟିଭି ସର୍ଭେଲାନ୍ସ ଭିତରେ ରହିଛି।

ଶାନ୍ତି ଶୃଙ୍ଖଳାର ସହ ଅବାଧ ଓ ମୁକ୍ତ ନିର୍ବାଚନ ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ସମ୍ବେଦନଶୀଳ ଚିହ୍ନଟ ୭୯ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି। ମାଓ ଅଧ୍ୟୁଷିତ ୭୪ଟି ବୁଥ୍ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାରେ ୨୦୬ ପୁଲିସ୍ ଅଫିସର, ୨୧ ପ୍ଲାଟୁନ୍ ‌ଆର୍ମଡ ପୁଲିସକୁ ମିଶାଇ ମୋଟ୍ ୧୪୧୩ ପୁଲିସ୍ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ୯ କଂପାନି କେନ୍ଦ୍ରୀୟ ଫୋର୍ସକୁ ମଧ୍ୟ ନିୟୋଜିତ ଅଛନ୍ତି। ଶୃଙ୍ଖଳିତ ନିର୍ବାଚନ ପରିଚାଳନା ପାଇଁ ୪୪ ଜଣ ସେକ୍ଟର ଅଧିକାରୀଙ୍କୁ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ ଦିଆଯାଇଛି। କୌଣସି ବୁଥରେ ଇଭିଏମ୍ ଜନିତ ତ୍ରୁଟି ପରିଲକ୍ଷିତ ହେଲେ ଅଧଘଣ୍ଟା ଭିତରେ କିଭଳି ତାହା ପରିବର୍ତ୍ତନ ହୋଇପାରିବ ସେ ବ୍ୟବସ୍ଥା ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Advertisment

ପଦ୍ମପୁରରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବ ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ  କରିଛି।

ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁର ଆସନଟି ଖାଲି ପଡ଼ିଲା। ଆଜି ଭୋଟ୍ ଶେଷ ହେବା ପରେ ୮ ତାରିଖରେ ଗଣତି ହେବ। ଆଉ ସେଦି ଦିନ ଜଣା ପଡ଼ିବ ଏଥର କାହା ସପକ୍ଷରେ ରହିଛି ଜନତାଙ୍କ ରାୟ।

PadampurBypoll
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe