ଜୟପୁର(ଓଡ଼ିଶା ରିପୋର୍ଟର): ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ। ଗତ ମାସକ ତଳେ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଆଜି ପୁଣି ଥରେ ଅସୁସ୍ଥ ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କୁ ଏବେ ଜ୍ୱର ସହ ଝାଡାବାନ୍ତି ହେଉଛି।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନରେ ତାଙ୍କୁ ଚିକିତ୍ସା କରୁଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଏହାପରେ ବି ଯଦି କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୁଏ, ତେବେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯିବ ବୋଲି କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେହ ଖରାପ ଥିବାରୁ ସେ କିଛିଦିନ ହେବ ଖାଇ ନାହାନ୍ତି। ତେବେ କଥାବାର୍ତ୍ତା କରୁଛନ୍ତି। ପରିବାର ଲୋକେ ତାଙ୍କ ନିକଟରେ ଉପସ୍ଥିତ ରହିଛନ୍ତି।
ସେ କହିଛନ୍ତି, ଦୁଇଦିନ ହେବ ତାଙ୍କ ଦେହ ଖରାପ ରହିଥିଲା। ଭଲ ନ ହେବାରୁ ଡାକ୍ତରଖାନା ଆସିଛନ୍ତି। ଏଠାରେ ଡାକ୍ତର ତାଙ୍କ ଚିକିତ୍ସା କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Politics
ନିଜକୁ ଧିକାର୍ କଲେ ସୌମ୍ୟ, କହିଲେ ବିଜେଡିରେ ମିଶିଥିବାରୁ ଲଜ୍ଜିତ
ନବୀନ ପଟ୍ଟନାୟକ ଜଣେ ଅଦ୍ଭୂତ ପ୍ରେମକାହାଣୀର ନାୟକ। ଯାହାଙ୍କୁ ଓଡ଼ିଶାବାସୀ ଏତେ ଭଲପାଇବା ଦେଲେ, କିନ୍ତୁ ତା’ର ରିଟର୍ଣ୍ଣ ଗିଫ୍ଟ ସେ କ’ଣ ଦେଲେ? ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀଙ୍କ ଦ୍ୱାରା ଲିଖିତ ପୁସ୍ତକର ଉନ୍ମୋଚନ ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ।
National
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେଠାକାର ପ୍ରବାସୀ ଭାରତୀୟଙ୍କୁ କହିଛନ୍ତି ମୋଦି। ଏହା ସହିତ ଓଡ଼ିଶା ଆସିଲେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି ସେ କହିଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।