-kamala-pujari
କଟକ(ଓଡ଼ିଶା ରିପୋର୍ଟର): କଟକ ବଡ଼ ଡାକ୍ତରଖାନା (ଏସ୍ସିବି)ରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ପ୍ରଥମେ କାଜୁଆଲିଟି ଓ ପରେ ସ୍ୱତନ୍ତ୍ର ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର କିଡନୀ ଜନିତ ସମସ୍ୟା ଥିବାରୁ ଗତକାଲି ଜୟପୁର ମୁଖ୍ୟ ଚିକିତ୍ସାଳୟରୁ କଟକ ସ୍ଥାନାନ୍ତର କରାଯାଇଥିଲା।
ଗତ ୨୧ ତାରିଖରେ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଝାଡ଼ା ଓ ଜ୍ୱର ହୋଇଥିଲା। ପରିବାର ଲୋକେ ତାଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାପରେ ଝାଡ଼ା ଓ ଜ୍ୱର କମିଯାଇଥିଲା। ପରେ ଡାକ୍ତର କମଳା ପୂଜାରୀଙ୍କର ରକ୍ତ ଓ ପରିଶ୍ରା ପରୀକ୍ଷା କରିଥିଲେ। ରିପୋର୍ଟରେ ୟୁରିଆ ଓ କ୍ରେଟିନ୍ ଅଧିକ ଆସିଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଥିଲା।
ସୂଚନାଯୋଗ୍ୟ, କୃଷି କ୍ଷେତ୍ରରେ ପ୍ରମୁଖ ଅବଦାନ ପାଇଁ କମଳା ପୂଜାରୀଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/08/Untitled-1-90.jpg)