ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ
କଟକ (ଓଡ଼ିଶା ରିପୋର୍ଟର): ଆଉ ନାହାନ୍ତି ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ। ଆଜି ଏସସିବି କୋଭିଡ୍ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଏ ନେଇ ସୂଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା।
ଡିସେମ୍ବର ୨୫ ତାରିଖରେ ଡି. ପ୍ରକାଶ ରାଓ ଅସୁସ୍ଥ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେହି ସମୟରେ ତାଙ୍କର ହୋଇଥିବା କରୋନା ଟେଷ୍ଟରେ ପଜିଟିଭ୍ ଆସିଥିଲା। ପରେ ତାଙ୍କୁ ଏସସିବି କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଚିକିତ୍ସା ପାଇଁ ଏକ ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା।
କିଛି ଦିନ ତଳେ ତାଙ୍କର କୋଭିଡ୍ ରିପୋର୍ଟ ମଧ୍ୟ ନେଗେଟିଭ୍ ଆସିଥିଲା। ପରେ ତାଙ୍କୁ ସେଣ୍ଟ୍ରାଲ୍ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପାଇଁ ଯୋଜନା କରାଯାଇଥିଲା। ଏହା ପୂର୍ବରୁ ଆଜି ଅପରାହ୍ନ ୪.୧୫ ମିନିଟ୍ରେ ଆଖି ବୁଜିଛନ୍ତି ଡି. ରାଓ। ବ୍ରେନ ଷ୍ଟ୍ରୋକରେ ତାଙ୍କର ପରଲୋକ ଘଟିଥିବା କହିଛନ୍ତି ତାଙ୍କ ଝିଅ।
Saddened by the demise of Shri D Prakash Rao. The outstanding work that has done will continue motivating people. He rightly saw education as a vital means to empowerment. I recall my meeting with him in Cuttack a few years ago. Condolences to his family and admirers. Om Shanti. pic.twitter.com/ECZ0NUFush
— Narendra Modi (@narendramodi) January 13, 2021
ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବକ୍ସିବଜାରରେ ଏକ ଚା’ ଦୋକାନ କରିଥିଲେ। ସେଥିରୁ ଉପାର୍ଜିତ ଅର୍ଥରେ ସେ ବସ୍ତି ପିଲାମାନଙ୍କୁ ପାଠ ପଢ଼ାଉଥିଲେ। ଏଥିସହ ସେ ନିଜ ଉଦ୍ୟମରେ ସ୍କୁଲ କରିଛନ୍ତି। ଏହାଛଡ଼ା ସେ ୨୦୦ ଥରରୁ ଅଧିକ ଥର ରକ୍ତଦାନ କରିଛନ୍ତି। ସେଥିପାଇଁ ୨୦୧୯ରେ ପ୍ରକାଶଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲା। ଏହାସହ ‘ମନକି ବାତ୍’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କ ଭୂୟସୀ ପ୍ରଶଂସା କରିଥିଲେ।
Deeply saddened to know about the demise of philanthropist Padma Shri D Prakash Rao. The Good Samaritan will always be remembered for his dedication to uplift the lives of children through education. My thoughts & prayers with the bereaved family members. RIP
— Naveen Patnaik (@Naveen_Odisha) January 13, 2021
ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକରେ ଗଭୀର ଶୋକପ୍ରକାଶ କରିଛନ୍ତି।
ଓଡ଼ିଶାର ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ଦେହାବସାନ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ସମାଜର ଅବହେଳିତ ଲୋକଙ୍କ ବିକାଶ ପାଇଁ ଉତ୍ସର୍ଗୀକୃତ ଥିଲେ।
— Dharmendra Pradhan (@dpradhanbjp) January 13, 2021
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।