ପଦ୍ମଶ୍ରୀ ନନ୍ଦ ସାରଙ୍କ ଅବସ୍ଥା ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତର

ଯାଜପୁର (ଓଡ଼ିଶା ରିପୋର୍ଟର): ଜଣାଶୁଣା ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ନନ୍ଦ ସାର କୋଭିଡ୍‌ରେ ଆକ୍ରାନ୍ତ ହୋଇ ଯାଜପୁରର କଳିଙ୍ଗ ନଗରରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। ଅବସ୍ଥା ଅଧିକ ଖରାପ ହେବାରୁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ନଭେମ୍ବର ୨୯ ତାରିଖରେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କୁ ଯାଜପୁର […]

Nanda sir

Jitendra Garnayak
  • Published: Saturday, 04 December 2021
  • , Updated: 04 December 2021, 07:13 PM IST

ଯାଜପୁର (ଓଡ଼ିଶା ରିପୋର୍ଟର): ଜଣାଶୁଣା ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ନନ୍ଦ ସାର କୋଭିଡ୍‌ରେ ଆକ୍ରାନ୍ତ ହୋଇ ଯାଜପୁରର କଳିଙ୍ଗ ନଗରରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ। ଅବସ୍ଥା ଅଧିକ ଖରାପ ହେବାରୁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ନଭେମ୍ବର ୨୯ ତାରିଖରେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ। ତା’ପରେ ସେହି ଦିନ ରାତିରେ ତାଙ୍କୁ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କୁ ଅକ୍ସିଜେନ୍ ସପୋର୍ଟରେ ରଖାଯାଇଥିବା ନେଇ ସେତେବେଳେ ସୂଚନା ଦିଆଯାଇଥିଲା।

ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ହେଲାଣି ଗାଁ ଛୁଆଙ୍କୁ ପାଠପଢ଼ାଇ ଆସୁଛନ୍ତି। ହେଲେ ଏଥିପାଇଁ ସେ ପାରିଶ୍ରମିକ ନିଅନ୍ତି ନାହିଁ।

Related story