ପଦ୍ମଶ୍ରୀ ପ୍ରକାଶ ରାଓ ଅସୁସ୍ଥ, ଏସ୍‌ସିବିର ଆଇସିୟୁରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଜଣାଶୁଣା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ମେଡିସିନ୍‌ ବିଭାଗର ଆଇସିୟୁରେ ରଖାଯାଇଛି। ଅନୁଗୋଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶ୍ରୀ ରାଓ ଯାଉଥିଲେ। ଏହି ସମୟରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ […]

d.-prakash-roy

Manoranjan Sial
  • Published: Tuesday, 16 July 2019
  • , Updated: 17 July 2019, 07:44 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଜଣାଶୁଣା ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ମେଡିସିନ୍‌ ବିଭାଗର ଆଇସିୟୁରେ ରଖାଯାଇଛି।

ଅନୁଗୋଳରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶ୍ରୀ ରାଓ ଯାଉଥିଲେ। ଏହି ସମୟରେ ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

ଡି.ପ୍ରକାଶ ରାଓଙ୍କର କଟକ ବକ୍ସି ବଜାରରେ ଏକ ଚା’ ଦୋକାନ ରହିଛି। ସେଥିରୁ ଉପାର୍ଜିତ ଧନରେ ସେ ବସ୍ତି ପିଲାଙ୍କ ପାଠପଢ଼ାରେ ଖର୍ଚ୍ଚ କରନ୍ତି। ସେଥିପାଇଁ ସେ ଏକ ସ୍କୁଲ ମଧ୍ୟ ପ୍ରତିଷ୍ଠା କରିଛନ୍ତି। ଏହାଛଡ଼ା ଶ୍ରୀ ରାଓ ବଡ଼ ମେଡିକାଲ୍‌ରେ ରୋଗୀଙ୍କ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ତେବେ ‘ମନକି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କ ଭୁୟସୀ ପ୍ରଶଂସା କରିବା ପରେ ସେ ଲୋକଲୋଚନକୁ ଆସିଥିଲେ।

ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ପଦ୍ମଶ୍ରୀ ରାଓ ୨୦୦ରୁ ଅଧିକ ଥର ରକ୍ତଦାନ କରିଛନ୍ତି। ସେ ଏବେ ରକ୍ତଦାତା ମହାସଂଘର ମୁଖ୍ୟ ଉପଦେଷ୍ଟା ମଧ୍ୟ ଅଛନ୍ତି।

Related story