ପାଲଲହଡା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ପାଲଲହଡ଼ା: ଜମରଡିହା ଗାଁରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ରସା ପେଣ୍ଠୋଇ। ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ରସାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଗତରାତିରେ ରସା ଗୋପପୁର ଜଙ୍ଗଲରେ ଥିବା ପାଦଚଲା ରାସ୍ତାରେ ଘରକୁ ଫେରୁଥିବା ବେଳେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।