ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ବଡ଼କର୍ଲାକୋଟ ଗ୍ରାମ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ନିରାକାର ନାଏକଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ କରାଯାଇଛି। ଜୟପାଟଣା ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଅଭିଯୋଗ ଅନୁଯାୟୀ, ନିରାକାର ନାଏକ ବଡ଼କାର୍ଲକୋଟ ଗ୍ରାମପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିବା ବେଳେ ମୁଖୀଗୁଡ଼ା ସ୍ଥିତ ଇରିଗେସନ କଲୋନୀର ସେକ୍ଟର ୨ରେ ରହୁଥିଲେ। ତାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ମହିଳା ମଧ୍ୟ ଇରିଗେସନ କଲୋନୀରେ ରହନ୍ତି। ଗତ ମାସ ୨୮ ତାରିଖରେ ଏହି ବିବାହିତ ମହିଳା ଜଣଙ୍କ ଘରେ ଏକୁଟିଆ ଥିବା ବେଳେ ନିରାକାର ତାଙ୍କୁ ଦୁଷ୍କର୍ମ କରିଥିଲେ।
ଘଟଣା ସଂପର୍କରେ ଜୟପାଟଣା ଥାନାରେ ଏତଲା ଦିଆଯାଇଥିଲା। ଅଭିଯୋଗକୁ ଭିତ୍ତି କରି ଜୟପାଟଣା ପୁଲିସ୍ ତଦନ୍ତ କରି କାର୍ଯ୍ୟନିର୍ବାହୀ ଅଧିକାରୀ ନିରାକାର ନାଏକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଧର୍ମଗଡ଼ ଡିଏସ୍ପି ଧୀରଜ କୁମାର ଚୋପଦାର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।