ପଣ୍ଡା ଇନ୍‌ଫ୍ରା ପ୍ରୋଜେକ୍ଟ ମାଲିକ ପ୍ରତାପ ପଣ୍ଡା ଗିରଫ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ମାଣାଧୀନ ବମିଖାଲ ଓଭର ବ୍ରିଜ୍‌ରେ ଶ୍ରମିକ ମୃତାହତ ଘଟଣାରେ ପଣ୍ଡା ଇନ୍‌ଫ୍ରା ପ୍ରୋଜେକ୍ଟ ମାଲିକ ପ୍ରତାପ କିଶୋର ପଣ୍ଡା ଗିରଫ ହୋଇଛନ୍ତି। ପ୍ରତାପଙ୍କୁ ଗିରଫ କରାଯାଇଥିବା ନେଇ କମିଶନରେଟ୍ ପୋଲିସ ସୂଚନା ଦେଇଛି। ତାଙ୍କ ବିରୋଧରେ ୩୦୪, ୩୩୭, ୩୩୮ ଓ ୩୪(ଆଇପିସି) ଦଫା  ଲଗାଯାଇଛି। ଅନ୍ୟପକ୍ଷରେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।  ଏଥିସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। […]

overbridge

Rakesh Mallick
  • Published: Friday, 04 May 2018
  • , Updated: 04 May 2018, 02:27 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ମାଣାଧୀନ ବମିଖାଲ ଓଭର ବ୍ରିଜ୍‌ରେ ଶ୍ରମିକ ମୃତାହତ ଘଟଣାରେ ପଣ୍ଡା ଇନ୍‌ଫ୍ରା ପ୍ରୋଜେକ୍ଟ ମାଲିକ ପ୍ରତାପ କିଶୋର ପଣ୍ଡା ଗିରଫ ହୋଇଛନ୍ତି। ପ୍ରତାପଙ୍କୁ ଗିରଫ କରାଯାଇଥିବା ନେଇ କମିଶନରେଟ୍ ପୋଲିସ ସୂଚନା ଦେଇଛି। ତାଙ୍କ ବିରୋଧରେ ୩୦୪, ୩୩୭, ୩୩୮ ଓ ୩୪(ଆଇପିସି) ଦଫା  ଲଗାଯାଇଛି।

ଅନ୍ୟପକ୍ଷରେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।  ଏଥିସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ରାତି ପ୍ରାୟ ୯ଟା ବେଳେ ଭୁବନେଶ୍ୱର ବମିଖାଲର ନିର୍ମାଣାଧୀନ ଓଭରବ୍ରିଜ୍‌ର ଲୁହା ରଡ୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଶ୍ରମିକ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ କ୍ୟାପିଟାଲ୍ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।  ମୃତ ଶ୍ରମିକ ହେଲେ ସୁନ୍ଦରଗଡ଼ ଲାଠିକଟାର ଅଜୟ ଭୂମିଜ।  ଆହତଙ୍କ ନାଁ ଆନନ୍ଦ ନାୟକ।

୮ଜଣ ଶ୍ରମିକ ଲୁହା ଛଡ଼ ବାନ୍ଧୁଥିବା ବେଳେ ତାହା ଓଲଟି ପଡ଼ିବାରୁ ୨ ଜଣ ଶ୍ରମିକ ଲୁହା ରଡ ତଳେ ଚାପି ହୋଇ ରହିଯାଇଯାଇଥିଲେ। ସେମାନେ ପ୍ରାୟ ୨୦ ମିନିଟ୍ କାଳ ଫସିରହିବା ପରେ ଲୁହା ରଡ୍ ତଳୁ ସେମାନଙ୍କୁ ସ୍ଥାନୀୟ ଲୋକ ଓ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରି ମେଡିକାଲ୍‌କୁ ନେଇଥିଲେ।

Related story