Advertisment

ପାରାଲିମ୍ପିକ୍ସ ବିଜେତା ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ସ୍ଥାନୀୟ ପଟିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପଟିଆ ସେବାକେନ୍ଦ୍ରର ସଞ୍ଚାଳିକା ବ୍ରହ୍ମାକୁମାରୀ ଗୋଲାପ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଏବଂ ଈଶ୍ୱରୀୟ ଉପହାର ପ୍ରଦାନ କରିଥିଲେ। ଅଗଷ୍ଟ-ସେପ୍ଟେମ୍ବରରେ ଟୋକିଓରେ ଆୟୋଜିତ ପାରାଲିମ୍ପିକ୍ସରେ ପ୍ରମୋଦ ଦମଦାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଜିତିଥିଲେ। ଏହି ସଫଳତା ପରେ ପ୍ରମୋଦଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯାଉଛି। ରାଜ୍ୟ […]

ପାରାଲିମ୍ପିକ୍ସ ବିଜେତା ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

pramod-bhagat

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା କରାଯାଇଛି। ସ୍ଥାନୀୟ ପଟିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପଟିଆ ସେବାକେନ୍ଦ୍ରର ସଞ୍ଚାଳିକା ବ୍ରହ୍ମାକୁମାରୀ ଗୋଲାପ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଥିଲେ ଏବଂ ଈଶ୍ୱରୀୟ ଉପହାର ପ୍ରଦାନ କରିଥିଲେ।

Advertisment

ଅଗଷ୍ଟ-ସେପ୍ଟେମ୍ବରରେ ଟୋକିଓରେ ଆୟୋଜିତ ପାରାଲିମ୍ପିକ୍ସରେ ପ୍ରମୋଦ ଦମଦାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ଜିତିଥିଲେ। ଏହି ସଫଳତା ପରେ ପ୍ରମୋଦଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯାଉଛି। ରାଜ୍ୟ ସରକାର ମଧ୍ୟ ପ୍ରମୋଦଙ୍କୁ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ୬ କୋଟି ଟଙ୍କା ପ୍ରଦାନ କରିଥିଲେ।

ତେବେ ନଭେମ୍ବରରେ ପ୍ରମୋଦଙ୍କୁ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର ପ୍ରଦାନ କରାଯାଇଥିଲା। ପ୍ରମୋଦଙ୍କ ବ୍ୟତୀତ ଚଳିତ ବର୍ଷ ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି। ବିଭିନ୍ନ କ୍ରୀଡ଼ାରେ ଉଲ୍ଲେଖନୀୟ ପଅବଦାନ ପାଇଁ ବୀରେନ୍ଦ୍ର ଓ ଅମିତଙ୍କ ବ୍ୟତୀତ ମୋଟ ୩୫ ଜଣଙ୍କୁ ଚଳିତ ବର୍ଷ ଅର୍ଜୁନ ପୁରସ୍କାର ମିଳିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe