ପାରାଦୀପ: ଜୋର ଧରୁଛି ପାରାଦୀପ ବନ୍ଦର ମାଲ ପରିବହନ ବିବାଦ। ୨ଦିନର ଅଚଳାବସ୍ଥା ପରେ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ପ୍ରାୟ ୧୦ଟି ସଂଗଠନ। ସଂଗଠନଗୁଡ଼ିକ ପକ୍ଷରୁ ମିଳିତ ଶୋଭାଯାତ୍ରା କରାଯାଇଛି। ଏଥିରେ ଷ୍ଟିଭେଡର୍ସ୍ ଆସୋସିଏସନ୍, ଡମ୍ପର୍ ଓନର୍ସ୍ ଆସୋସିଏସନ୍, ଇଣ୍ଟ୍ରାପୋର୍ଟ ଡ୍ରାଇଭର୍ ଆଣ୍ଡ୍ ହେଲ୍ପର୍ ଆସୋସିଏସନ୍, କୁଜଙ୍ଗ ବାର୍ ଆସୋସିଏସନ୍, ଓଏଲ୍ ରିଫ।ଇନାରୀ ଲେବର୍ ୟୁନିଅନ୍, ପାରାଦୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦ, ପାରାଦୀପ ଇସଲାମିକ୍ ଆସୋସିଏସନ୍ ପ୍ରମୁଖ ସାମିଲ ହୋଇଥିଲେ। ବନ୍ଦରରେ ପଣ୍ୟ କାରବାରରେ ଅନିୟମିତତା ଅଭିଯୋଗ ଆଣି ଆନ୍ଦୋଳନକୁ ଓହ୍ଲାଇଛି ମିଳିତ ମଞ୍ଚ। ଶୋଭାଯାତ୍ରାରେ ପରେ ଆନ୍ଦୋଳନକାରୀମାନେ ଏଡିଏମଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏଡିଏମ୍ ଆନ୍ଦୋଳନକାରୀମାନଙ୍କୁ ଅପରାହ୍ନରେ ଆଲୋଚନାଙ୍କୁ ଡାକିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।