କାଲି ବିଦ୍ୟାଭାରତୀଙ୍କ ଗାଁକୁ ଯିବ ପାରଳାଖେମୁଣ୍ଡି ପୁଲିସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଡ଼ି ହୋଇ ପ୍ରାଣ ହରାଇବା ଘଟଣା ଉପରୁ ଏବେ ବି ରହସ୍ୟ ହଟିନି। ୨୨ ଦିନ ପରେ ମଧ୍ୟ ପୁଲିସ୍‌ ଘଟଣା ଉପରୁ ପର୍ଦ୍ଦା ହଟାଇ ପାରିନାହିଁ। ସେଥିପାଇଁ ଆସନ୍ତାକାଲି ପାରଳାଖେମୁଣ୍ଡି ପୁଲିସ ପୁଣି ଥରେ ମୟୂରଭଞ୍ଜ କପ୍ତିପଦା ସ୍ଥିତ ବିଦ୍ୟାଭାରତୀଙ୍କ ଗୌଡ଼ ଗାଁକୁ ଯିବ। ସୌମ୍ୟଙ୍କ ମୃତ୍ୟୁ ଦିନ କପ୍ତିପଦାର ଏକ ଗାଡ଼ି ବିଦ୍ୟାଭାରତୀଙ୍କୁ ଆଣିବାକୁ ଯାଇଥିଲା। ସେହି ଗାଡ଼ିର ଡ୍ରାଇଭରଙ୍କୁ ପୁଲିସ […]

Bidya-Bharati-Panda

Bidya-Bharati-Panda

Manoranjan Sial
  • Published: Monday, 02 August 2021
  • Updated: 03 August 2021, 08:12 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଡ଼ି ହୋଇ ପ୍ରାଣ ହରାଇବା ଘଟଣା ଉପରୁ ଏବେ ବି ରହସ୍ୟ ହଟିନି। ୨୨ ଦିନ ପରେ ମଧ୍ୟ ପୁଲିସ୍‌ ଘଟଣା ଉପରୁ ପର୍ଦ୍ଦା ହଟାଇ ପାରିନାହିଁ। ସେଥିପାଇଁ ଆସନ୍ତାକାଲି ପାରଳାଖେମୁଣ୍ଡି ପୁଲିସ ପୁଣି ଥରେ ମୟୂରଭଞ୍ଜ କପ୍ତିପଦା ସ୍ଥିତ ବିଦ୍ୟାଭାରତୀଙ୍କ ଗୌଡ଼ ଗାଁକୁ ଯିବ। ସୌମ୍ୟଙ୍କ ମୃତ୍ୟୁ ଦିନ କପ୍ତିପଦାର ଏକ ଗାଡ଼ି ବିଦ୍ୟାଭାରତୀଙ୍କୁ ଆଣିବାକୁ ଯାଇଥିଲା। ସେହି ଗାଡ଼ିର ଡ୍ରାଇଭରଙ୍କୁ ପୁଲିସ ପଚରାଉଚରା କରିବ ବୋଲି ଜଣାପଡ଼ିଛି।

ଏଣେ ଅଦ୍ୟାବଧି କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ସୌମ୍ୟଙ୍କ ପରିବାର। ପୁଲିସ ଉପରେ ପ୍ରଶ୍ନ ଉଠାଇ ସୌମ୍ୟଙ୍କ ଭାଇ। ଆଉ ଦାବି କରିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ବାପା ଓ ମାଙ୍କୁ ନେଇଥିବା ଡ୍ରାଇଭରଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିବା ଦରକାର। ତା’ସହ ବିଦ୍ୟାଭାରତୀଙ୍କ ସହପାଠୀ କୁହାଯାଉଥିବା ଉଦଳା ଅଞ୍ଚଳର ଅକ୍ଷୟଙ୍କୁ ମଧ୍ୟ ପଚରାଉଚରା କରାଯିବା ଉଚିତ ବୋଲି କହିଛନ୍ତି ସୌମ୍ୟଙ୍କ ମାମୁ ପୁଅ ଭାଇ।

ସେପଟେ ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ସୌମ୍ୟଙ୍କ ଶରୀର ୯୫% ପୋଡ଼ି ଯାଇଥିବାରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ପାକସ୍ଥଳି ଖାଲି ଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନଥିବା ଉଲ୍ଲେଖ ରହିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ଗତ ୧୨ ତାରିଖ ରାତିରେ ସୌମ୍ୟ ଓ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ସରକାରୀ କ୍ୱାର୍ଟର୍ସରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିଲା। ଏନେଇ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ ପଡ଼ୋଶୀଙ୍କୁ ସୂଚନା ଦେଇଥିଲେ। ତା’ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ତେବେ ସୌମ୍ୟଙ୍କ ଶରୀରରେ କେମିତି ଲାଗିଲା ନିଆଁ? ଏହାକୁ ନେଇ ପତ୍ନୀ ବିଦ୍ୟାଭାରତୀ ମୁହଁ ଖୋଲୁନଥିଲେ। ଯାହାକୁ ନେଇ ସୌମ୍ୟଙ୍କ ପରିବାର ବଦ୍ୟାଙ୍କ ବିରୋଧରେ ଆଣିଥିଲେ ସଙ୍ଗୀନ ଅଭିଯୋଗ। ମାନସିକ ଚାପ ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ସହିତ ଅନୈତିକ ସମ୍ପର୍କ ରଖିଥିବା ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ବିଦ୍ୟା ଓ ସଂଗ୍ରାମ ଏହାକୁ ଖଣ୍ଡନ କରିଥିଲେ। ତେବେ ସୌମ୍ୟଙ୍କ ବାପାଙ୍କ ଅଭିଯୋଗ ପରେ ପାରଳାଖେମୁଣ୍ଡି ଥାନା ପୁଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ତଦନ୍ତ କରିଥିଲେ। ଡିଏଫ୍‌ଓ, ବିଦ୍ୟାଭାରତୀ, ରୋଷେୟା, ବଲାଙ୍ଗିର ନେଇଥିବା କାର୍‌ ଚାଳକଙ୍କୁ ଜେରା କରାଯାଇଥିଲା। ଜେରା ପରେ ଡିଏଫ୍‌ଓଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲେ ପାରଳାଖେମୁଣ୍ଡି ଏସ୍‌ପି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story