ଆନନ୍ଦପୁର(ମୁନା ସିଂ): ଅଜଣା ପାର୍ସଲକୁ ନେଇ କେନ୍ଦୁଝର ଜିଲ୍ଲା ଘସିପୁରା ଡାକଘରେ ଆତଙ୍କ ଖେଳିଯାଇଛି। କାରଣ ଡାକଘରକୁ ଆସିଥିବା ଏକ ପାର୍ସଲରୁ ଧୂଆଁ ବାହାରିଥିଲା। ଫଳରେ ଡାକ କର୍ମଚାରୀମାନେ ଭୟଭୀତ ହୋଇପଡ଼ିଥିଲେ। ଖବର ପାଇ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ବର୍ତ୍ତମାନ ପାର୍ସଲଟିକୁ ଏକ ଖୋଲା ସ୍ଥାନରେ ରଖାଯାଇଛି।
ଆଜି ସକାଳେ ଘସିପୁରା ଡାକଘରକୁ ପାର୍ସଲ ଆସିଥିଲା। ସେହି ପାର୍ସଲକୁ ଦେଓଗାଁ ଡାକଘରକୁ ଆଜି ପଠା ଯାଇଥାନ୍ତା। କିନ୍ତୁ ପାର୍ସଲରୁ ଧୂଆଁ ବାହୁରୁଥିବା ଦେଖି ଡାକ କର୍ମଚାରୀ ଆତଙ୍କିତ ହୋଇ ପଡ଼ିଥିଲେ। ଡାକ କର୍ତ୍ତୃପକ୍ଷ ସଙ୍ଗେ ସଙ୍ଗେ ପୋଲିସ୍ ଓ ଦମକଳ ବାହିନୀକୁ ଖବର ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।