ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ର ଯଦୁପୁରରୁ ଆରମ୍ଭ ହୋଇଛି କଂଗ୍ରେସର ପରୀ ରଥ । ପରୀକୁ ନ୍ୟାୟ ଦାବିରେ କଂଗ୍ରେସ ପକ୍ଷରୁ ଏହି ପରୀ ରଥର ଶୁଭାରମ୍ଭ ହୋଇଛି । ଗାଁ କୁ ଗାଁ ବୁଲି ପରୀକୁ ନ୍ୟାୟ ଦାବିରେ ଲୋକଙ୍କୁ ଅବଗତ କରିବ କଂଗ୍ରେସ । କଂଗ୍ରେସ ଜିଲ୍ଲା ସଭାପତିଙ୍କ ସହ ଏକ ପ୍ରତିନିଧି ଦଳ ଯଦୁପୁର ରେ ପହଞ୍ଚି ଏହି ଅଭିଯାନ ଆରମ୍ଭ କରିଛନ୍ତି । ପୂର୍ବରୁ କଂଗ୍ରେସ ପ୍ରଭାରୀ ଚେଲ୍ଲାକୁମାରଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧି ଦଳ ଯଦୁପୁର ଯାଇ ପରୀର ମାଆ ବାପାଙ୍କ ସହ ଆଲୋଚନା କରିଥିଲେ। ବିଜେପି ମଧ୍ୟ ଏହି ପ୍ରସଙ୍ଗକୁ ନେଇ କୃଷିମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛି । ମନ୍ତ୍ରୀ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ତଦନ୍ତ ସଠିକ ଭାବେ ହୋଇପାରିବ ନାହିଁ ବୋଲି ଦଳ କହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।