କାଲିଠୁ ସବୁ ପାର୍କ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ୱିନ୍ ସିଟିରେ  ବନ୍ଦ ରହିବ ସବୁ ପାର୍କ। ଆସନ୍ତା କାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍‌ସି ଓ ସିଏମ୍‌ସି ପକ୍ଷରୁ କୁହାଯାଇଛି। ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍‌ର ମୁକାବିଲା ନେଇ ବିଏମ୍‌ସି ଓ ସିଏମ୍‌ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭାରତରେ ଏହି […]

-bhubaneswar-0

Tapaswini Nayak
  • Published: Saturday, 21 March 2020
  • , Updated: 21 March 2020, 06:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ୱିନ୍ ସିଟିରେ  ବନ୍ଦ ରହିବ ସବୁ ପାର୍କ। ଆସନ୍ତା କାଲିଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍‌ସି ଓ ସିଏମ୍‌ସି ପକ୍ଷରୁ କୁହାଯାଇଛି।

ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍‌ର ମୁକାବିଲା ନେଇ ବିଏମ୍‌ସି ଓ ସିଏମ୍‌ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭାରତରେ ଏହି ସଂଖ୍ୟା ୨୭୧ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

Related story